ଅନ୍ୟାନ୍ୟରାଜନୀତି

ଗୋପାଳପୁର ବେଳାଭୂମିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ଭୁବନେଶ୍ୱର ,ଶୁକ୍ରବାର ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ଗଞ୍ଜାମ ଜିଲାର କୋଣ ଅନୁକୋଣରେ ଭରି ରହିଛି କଳା, ସଂସ୍କୃତି ଓ ନୃତ୍ୟଗୀତର ସମ୍ଭାର। ଏଠାରେ ଆୟୋଜିତ ଏହି ମହୋତ୍ସବ କଳା, ସଂସ୍କୃତି ଓ ପର୍ଯ୍ୟଟନର ସମନ୍ୱୟ । ସ୍ଥାନୀୟ ଲୋକଙ୍କ ପାଇଁ ଜୀବିକା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଯୁବବର୍ଗଙ୍କ ପାଇଁ ଅପାର ସୁଯୋଗର ଉତ୍ସବ। ଏହି ମହୋତ୍ସବ ଆମ କଳାକାର ଓ କାରିଗରମାନଙ୍କୁ ଏକ ମର୍ଯ୍ୟାଦାପୂର୍ଣ୍ଣ ମଞ୍ଚ ପ୍ରଦାନ କରିଆସିଛି।ଜିଲାର ପାତିସୁନାପୁର ବେଳାଭୂମି ଲଗାତାର ତୃତୀୟ ଥର ପାଇଁ ବ୍ଲୁ ଫ୍ଲାଗ୍‌ ପ୍ରମାଣ ପତ୍ର ଅର୍ଜନ କରିବା ଓଡ଼ିଶା ପାଇଁ ଗର୍ବର ବିଷୟ ।ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ। ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି। ଏହିଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲା ପାଇଁ ୪୯୨​‌େ​‌କାଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି।ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ନିଜ ବକ୍ତବ୍ୟରେ ଓଡ଼ିଶାର ବିକାଶ ସହିତ କଳା, ସଂସ୍କୃତିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ଉଦ୍ୟମ ଜାରି ରଖିଥିବା କହିଥିଲେ। ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିଜ ବକ୍ତବ୍ୟରେ ନିମନ୍ତ୍ରଣ ରକ୍ଷା କରି କାର୍ଯ୍ୟକ୍ରମକୁ ଆସିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଆସିକା ବିଧାୟକ ସରୋଜ କୁମାର ପାଢୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଏବଂ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଉପସ୍ଥିତ ଥିଲେ।

Related Articles

Back to top button