Uncategorized

ଆଗାମୀ 48 ଘଣ୍ଟାରେ ଲଘୁଚାପ ସମ୍ଭାବନା: ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଘଡଘଡି ସହ ହେବ ବର୍ଷା

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟାରେ ମଧ୍ୟରେ ବଦଳିବ ରାଜ୍ୟର ପାଣିପାଗ । ରାଜ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୨୩ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ବିଭାଗ ।ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଭଳି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୪ ତାରିଖ ପାଇଁ ଖୋର୍ଦ୍ଧା, କଟକ, ମୟୂରଭଞ୍ଜରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ବିଭାଗ ।

Related Articles

Back to top button