କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ଦିବସରେ ପୁଷ୍ପ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪/୦୨/୨୦୨୬: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ କାନ୍ତକବିଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚନାରେ ଦେଶ ଓ ଜାତିପ୍ରେମର ଝଲକ ଦେଖିବାକୁ ମିଳିଥାଏ।
ବନ୍ଦେ ଉତ୍କଳ ଜନନୀର ସ୍ରଷ୍ଟା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଓଡ଼ିଆ ଭାଷା ଓ ସାହିତ୍ୟକୁ ୠଦ୍ଧିମନ୍ତ କରିବା ସହ ଓଡ଼ିଆଙ୍କ ହୃଦୟରେ ଜାତିପ୍ରୀତି ଜାଗ୍ରତ କରିବାରେ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। କାନ୍ତକବିଙ୍କ ଶ୍ରାଦ୍ଧ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପ-ବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଡ଼ା. ବିଜୟ କେତନ ଉପାଧ୍ୟାୟ, ଓଡ଼ିଶା ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ବରିଷ୍ଠ ସାମ୍ବାଦିକ ଗୁରୁ କଲ୍ୟାଣ ମହାପାତ୍ର, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଉପସ୍ଥିତ ରହି କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ କାନ୍ତକବିଙ୍କ ସ୍ମୃତିଚାରଣ କରିଛନ୍ତି।




