ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ

ଭୁବନେଶ୍ୱର,୦୫/୦୩/୨୦୨୬: ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ  ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍  ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା ।
ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ ଉପଯୋଗ କରିବା ଏବଂ ଆଗାମୀ  ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ  ବଜେଟ୍ ରେ ପ୍ରସ୍ତାବିତ  ନୂତନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ପାଇଁ ପ୍ରସ୍ତତି କରିବାକୁ ବିଶେଷ ଦୃଷ୍ଟି ଦେବାକୁ ଆବଶ୍ୟକ  ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Related Articles

Back to top button