Breaking Newsଓଡ଼ିଶାରାଜନୀତି

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ପହଞ୍ଚିଲେ;ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ;କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ସ୍ବାଗତ କଲେ

ଭୁବନେଶ୍ୱର,୦୬/୦୩/୨୦୨୬: କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏକ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ସେ ଅ ଅବତରଣ କରିଛନ୍ତି । ତାଙ୍କର ଏହି ଗସ୍ତକୁ ନେଇ ରାଜଧାନୀରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।

ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହି ଗୃହମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ଭବ୍ୟ ସ୍ୱାଗତ କରିଛନ୍ତି । ଏହି ଅବସରରେ ରାଜ୍ୟ ବିଜେପିର ଅନେକ ବରିଷ୍ଠ ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଅଛନ୍ତି ।

ଗୃହମନ୍ତ୍ରୀଙ୍କ ଏହି ଗସ୍ତ କାଳରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ସହ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ସେ ଯୋଗଦେବାର ସୂଚନା ରହିଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ବିମାନବନ୍ଦରରୁ କଡ଼ା ପୋଲିସ ପହରା ମୁତୟନ କରାଯାଇଛି।

Related Articles

Back to top button