ଐତିହ୍ୟ ଓ ସଂସ୍କୃତିଓଡ଼ିଶା
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

ଭୁବନେଶ୍ୱର , ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦଇତାପତି ସେବକମାନେ ରତ୍ନ ସିଂହାସନ ଉପରେ ଚଢ଼ି,୪ ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ।
ଶ୍ରୀଜୀଉଙ୍କ ଶ୍ରୀପୟର ସୁରକ୍ଷା ଲାଗି ଖସାପଡ଼ା ନୀତି କରାଯାଇଥାଏ।
ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡ଼ାରେ ଘୋଡ଼ାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଇଥାଏ।
ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ନୀତି ଶେଷ ପରେ ପୂର୍ବ ଭଳି ନୀତିକାନ୍ତି ଆଗକୁ ବଢ଼ିବା ସହ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।ଚୈତ୍ରମାସ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଖସାପଡ଼ା ନୀତି ହେବ।
ଏଥିପାଇଁ ଶ୍ରୀମନ୍ଦିରରେ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।




