Breaking Newsଅନ୍ତର୍ଜାତୀୟ

ଫସିଥିବା ଓଡ଼ିଆଙ୍କୁ ଉଦ୍ଧାର ଲାଗି ପ୍ରୟାସ।

ଭୁବନେଶ୍ୱର,ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ, ଦୁବାଇ, ଆବୁଧାବି ଓ ବାହାରିନରେ ଥିବା ଓଡ଼ିଆ ଆସୋସିଏସନର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରାଯାଇ ସେଠାକାର ବାସ୍ତବ ପରିସ୍ଥିତି ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି। ଦୁବାଇରେ ୩୫ ଜଣ ଓଡ଼ିଆ ପର୍ଯ୍ୟଟକ ଫସି ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଜଣ କେରଳର କୋଚି ଦେଇ ମାର୍ଚ୍ଚ ୭ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପରିବାରକୁ ମଧ୍ୟପ୍ରାଚ୍ୟ ଅଞ୍ଚଳରୁ ଓଡ଼ିଆ ଲୋକମାନଙ୍କ ପକ୍ଷରୁ, ପ୍ରାୟ ୨୦୦ ଟେଲିଫୋନ କଲ୍ ଆସିଛି।  ମଧ୍ୟପ୍ରାଚ୍ୟରୁ ବର୍ତ୍ତମାନ ସୁଦ୍ଧା ୬୫ ହଜାର ଭାରତୀୟ ସ୍ୱତନ୍ତ୍ର ବିମାନ ଜରିଆରେ, ଭାରତକୁ ଫେରି ଆସିଛନ୍ତି।ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସମ୍ପର୍କରେ ସହାୟତା କରାଯାଉଛି। ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କଣ୍ଟ୍ରୋଲରୁମ୍ କରାଯାଇ, ଟୋଲ ଫ୍ରି ନମ୍ୱର ୧୮୦୦ ୧୧୮ ୭୯୭ ଜାରି କରାଯାଇଛି। ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଛନ୍ତି। ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ ବେଗ ପ୍ରକାଶ କରିଛନ୍ତି। ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱାରପ କରି ମୁଖ୍ୟମନ୍ତ୍ରୀ ଏହି ଘଟଣା ଉପରେ ନଜର ରଖିବା ସହ ଓଡ଼ିଆ ଲୋକମାନଙ୍କୁ, ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Back to top button