
ଭୁବନେଶ୍ୱର, ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୯,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୬,୩୫୦ ଟଙ୍କା ଛୁଇଁଛି।ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ବରରେ,୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୬,୩୫୦ ଟଙ୍କାକୁ ପହଞ୍ଚିଛି ।ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୯,୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୪୬,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୯,୮୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୬,୫୦୦ ଟଙ୍କା ରହିଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା, ୨,୮୦,୦୦୦ ଟଙ୍କା ହୋଇଛି। କେମିତି ଜାଣିବେ ସୁନାର ଶୁଦ୍ଧତା- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ, ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।




