ନିର୍ବାଚନରାଜନୀତି

ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ

ଭୁବନେଶ୍ୱର,ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ଚାଲିଥିବାବେଳେ ଏହା ଅପରାହ୍ନ ୪ଟା ଯାଏଁ ଚାଲିବ।

ଜଣଙ୍କ ପରେ ଜଣେ ବିଧାୟକ ଭୋଟ ଦେବା ପାଇଁ ପହଞ୍ଚୁଥିବା ଦେଖିବାକୁ ମିଳିଛି ।

ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫ ପ୍ରାର୍ଥୀ ୪ଟି ଆସନରେ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି।

ଅନ୍ୟପଟେ ବିଜେଡି ବିଧାୟକମାନେ ନବୀନ ନିବାସରେ ପହଞ୍ଚୁଛନ୍ତି ।

ସେମାନେ ନବୀନ ନିବାସରୁ ବାହାରି ବିଧାନସଭା ଭୋଟ ଦେବାକୁ ଆସିବେ ।

ମତଦାନ ସରିବା ପରେ ଅପରାହ୍ନ ୫ ଟାରେ ଗଣତି ହେବା ନେଇ ସୂଚନା ରହିଛି।

ମତଦାନ ଆରମ୍ଭ ହେବା ମାତ୍ରେ ମୁକେଶ ମହାଲିଙ୍ଗ ପ୍ରଥମେ ଭୋଟ୍‌ ଦେଇଛନ୍ତି।

ପାରାଦୀପରେ ଥିବା ବିଜେପି ବିଧାୟକମାନେ ବିଧାନସଭାରେ ପହଞ୍ଚି ଭୋଟଦାନ ପ୍ରକୋଷ୍ଠକୁ ଯାଇଛନ୍ତି ।

Related Articles

Back to top button