
ଭୁବନେଶ୍ୱର , S C B ଟ୍ରମା କେୟାର ସେଣ୍ଟରର ପ୍ରଥମ ମହଲାରେ ଥିବା ଆଇସିୟୁରେ, ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିଲା । ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିଲେ ।
ହସ୍ପିଟାଲ ପକ୍ଷରୁ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଅଭାବ ଓ ଅବହେଳା ଯୋଗୁଁ ଏହି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଉଦ୍ଧାର କାର୍ଯ୍ୟ ସମୟରେ ସ୍ପ୍ରିଙ୍କଲର ସମୟରେ, କାମ ନକରିବାରୁ ଅଗ୍ନି ନିର୍ବାପନ କାର୍ଯ୍ୟ ବିଳମ୍ବ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି ।
ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର, ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ, ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ।
ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇବା ସହ ସ୍ଵାସ୍ଥ୍ୟମନ୍ତ୍ରୀ ଙ୍କ ଇସ୍ତଫା ଦାବି କରାଯାଇଥିଲା।
ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି।




