Uncategorized
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ଘଡଘଡି ସହ ବର୍ଷିବ, ୧୬ ଜିଲ୍ଲାକୁ ଓ୍ବାର୍ଣ୍ଣିଂ


ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର 15ରୁ ଅଧିକ ଜିଲ୍ଲାରେ ଘଡଘଡି ସହ ବର୍ଷିବ । ବଜ୍ରପାତ ସହ 30ରୁ 40 କିମି ବେଗରେ ବହିବ ପବନ । କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ–ପଶ୍ଚିମ ବଙ୍ଗୋପସାଗର ଓ ସୀମାବର୍ତ୍ତୀ ଭାରତ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଫେବୃଆରୀ 23 (ସୋମବାର) ଠାରୁ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଶନିବାର ଅପରାହ୍ନ 2 ଟା 30 ସମୟରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ସମୁଦ୍ର ପତନରୁ ପ୍ରାୟ 5.8 କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ଆସନ୍ତା 24 ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି ।



