ଓଡ଼ିଶାମୌସୁମୀ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ।

ଭୁବନେଶ୍ୱର ,ଆଜି ୮ ଜିଲ୍ଲାକୁ ସତର୍କ କଲେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ଉପକୂଳ ଓ ସଲଗ୍ନ ଜିଲ୍ଲାରେ ହୋଇପାରେ ବର୍ଷା ।ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତା କାଲି ମୟୂରଭଞ୍ଜ, ଯାଜପୁର ଓ କଟକରେ ବର୍ଷା ହୋଇପାରେ ।ଏନେଇ ୮ ଜିଲ୍ଲା ଓ ୨୪ ତାରିଖ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପଟେ ୨୪ ତାରିଖ ଅର୍ଥାତ ଆସନ୍ତା କାଲି ମୟୂରଭଞ୍ଜ, ଯାଜପୁର ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହିସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସ‌ହ ୩୦ରୁ ୪୦ କିମି ବେଗରେ ପବନ ବ‌ହିବାର ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Related Articles

Back to top button