
ଭୁବନେଶ୍ବର,୨୫.୦୨.୨୦୨୬ : ଆସନ୍ତା ଦୋଳ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । କିପରି ମହାପ୍ରଭୁଙ୍କ ନୀତିକାନ୍ତି ସୁରୁଖୁରୁରେ ହେବ ଏଥିପାଇଁ ଅନୁଷ୍ଠିତ ହୋଇଯାଇଛି ଛତିଶା ନିଯୋଗ ବୈଠକ । ମାର୍ଚ୍ଚ ୨ରେ ମେଣ୍ଢା ପୋଡ଼ି ନୀତି ଥିବାରୁ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ରାତ୍ର ୧ଟାରୁ ଦ୍ବାରଫିଟା ନୀତି ଅନୁଷ୍ଠିତ ହେବ ।
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଜିଲ୍ଲାପାଳଙ୍କ ସହ ଏସପି, ଛତିଶା ନି ଯୋଗର ସେବାୟତ ପ୍ରତିନିଧି ମାନେ ଉପସ୍ଥିତି ଥିଲେ । ଆସନ୍ତା ମାର୍ଚ୍ଚ ୩ ତାରିଖରେ ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହେବ । ତେବେ ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଏଥିପାଇଁ ଚୁଡାନ୍ତ ହୋଇଥିବା ନୀତିକାନ୍ତିକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି ।




