Uncategorized

ମାର୍ଚ୍ଚ ୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

ଭୁବନେଶ୍ୱର: ଆସନ୍ତା ୫ ତାରିଖରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର (ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ। ସେଦିନ  ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର  ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। କେଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ।

Related Articles

Back to top button