ଐତିହ୍ୟ ଓ ସଂସ୍କୃତିଓଡ଼ିଶା
ଆଜି ପୁରୀ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ,୦୫/୦୩/ ୨୦୨୬: ଆଜି ପବିତ୍ର ଫାଲ୍ଗୁନ ଶୁକ୍ଲ ଷଷ୍ଠି ତିଥି। ଏହି ଅବସରରେ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁପ୍ତ ସେବା ନୀତି ପାଇଁ ଆଜି ଶ୍ରୀମନ୍ଦିରରେ କିଛି ସମୟ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ।
ନୀତି ନିର୍ଘଣ୍ଟ ଅନୁଯାୟୀ, ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖରେ ପ୍ରାକୃତିକ ରଙ୍ଗ ପ୍ରଲେପ ଦେଇ ଶୃଙ୍ଗାର କରିବେ। ବନକଲାଗି ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ଏବଂ ତା’ପରେ ପୁଣି ଥରେ ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ।




