୮ଟି ଜିଲ୍ଲାରେ ପ୍ରବଳ ଖରା, ୧୨ଟି ଜିଲ୍ଲାରେ କାଳ ବୈଶାଖୀ ବର୍ଷା

ଭୁବନେଶ୍ୱର,୦୯/୦୩/୨୦୨୬: ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ବୃଦ୍ଧି ପାଇବ ଗ୍ରୀଷ୍ମ ପ୍ରବାହ । ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ । ଟିଟିଲାଗଡ଼ ତାପମାତ୍ରା ୪୦ ଡିଗ୍ରି ଛୁଇଁବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ପ୍ରାୟ ସମସ୍ତ ସହରର ତାପମାତ୍ରା ୩୭ ଡିଗ୍ରି ଟପିପାରେ । ୧୨ ତାରିଖରେ ଟିଟିଲାଗଡ଼ ବ୍ୟତୀତ ବଲାଙ୍ଗୀର, ଭବାନୀପାଟଣା, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ବରଗଡ଼, ନୂଆପଡ଼ା ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ପାଖାପାଖି ରହିବ ପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ସେହିପରି କଟକ, ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାର ତାପମାତ୍ରା ମଧ୍ୟ ୩୮ ଡିଗ୍ରି ଛୁଇଁ ପାରେ । କିନ୍ତୁ ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହୋଇପାରେ। ମାର୍ଚ୍ଚ ୯ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୧୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ, ପବନ ସହ ବର୍ଷା ହୋଇପାରେ । ତା ପରବର୍ତ୍ତୀ ୭ ଦିନର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

