୨୦୨୬ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ପ୍ରସ୍ତୁତି


ଭୁବନେଶ୍ବର: ୨୦୨୬ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଗତ ବର୍ଷର ଅନୁଭୂତିକୁ ପାଥେୟ କରି ଚଳିତ ବର୍ଷ ଯେଭଳି କୌଣସି ବିଶୃଙ୍ଖଳା ନଉପୁଜେ, ସେଥିପାଇଁ ସ୍ୱତନ୍ତ୍ର ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି। ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ପୁରୀ ଗସ୍ତରେ ଆସି ଜିଲ୍ଲା ପ୍ରଶାସନ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ଅବସରରେ ସେ ମୁଖ୍ୟତଃ ନିମ୍ନଲିଖିତ ଦିଗଗୁଡ଼ିକ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି: ରାସ୍ତାଘାଟ ମରାମତି, ଲୋକଙ୍କ ଶୃଙ୍ଖଳିତ ଯାତାୟାତ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ, ପାର୍କିଂ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ଵ ଦେଇ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସମଗ୍ର ପୁରୀ ସହରରେ ସ୍ବଚ୍ଛତାକୁ ବଜାୟ ରଖାଯିବା, ପର୍ଯ୍ୟାପ୍ତ ପାନୀୟ ଜଳ ଯୋଗାଣ, ପର୍ଯ୍ୟାପ୍ତ ପରିମାଣରେ ଅସ୍ଥାୟୀ ଶୌଚାଳୟ ନିର୍ମାଣ ସହିତ ବର୍ଷା ହେଲେ ଯେଭଳି ଜଳବନ୍ଦୀ ସ୍ଥିତି ନଉପୁଜେ, ସେ ଦିଗରେ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ସେ ପୁରୀ ପୌରନିର୍ବାହୀ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।




