ଓଡ଼ିଶା
ପଞ୍ଚାୟତ ନିର୍ବାଚନରେ ଶାସକ ଦଳର ହିଂସା ଏବଂ ଅରାଜକତାକୁ ଦୃଢ଼ ନିନ୍ଦା କରୁଛି- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର () ରାଜ୍ୟର ବିଭିନ୍ନ ସ୍ଥାନରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଶାସକ ଦଳର ହିଂସା ଓ ଅରାଜକତାକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ତୃଣମୂଳ ସ୍ତରରେ ଭୋଟ୍ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖାଯାଇଛି । ଏହା ଆମର ଗଣତନ୍ତ୍ର ପାଇଁ ଏକ ଶୁଭ ସଙ୍କେତ । କିନ୍ତୁ ଆଜି ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷୀ, ଭଟଲି ଓ ପାଟଣାଗଡ଼ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଥିବା ଗଣମାଧ୍ୟମରେ ପ୍ରକାଶ ପାଇଛି । ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ନିର୍ବାଚନୀ ହିଂସା ମଧ୍ୟ ଘଟିଛି । ଏହା ଚିନ୍ତାଜନକ ଓ ଦୁଃଖଦାୟକ ।





