ଓଡ଼ିଶା
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ୪ ଜିଲ୍ଲାରୁ ୯ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବର୍ଗର
ଭୁବନେଶ୍ବର() ଶନିବାର ମାତ୍ର ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ରବିବାର ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ରବିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 23rd April
New Positive Cases: 9
Of which 0-18 years: 3
In quarantine: 6
Local contacts: 3(Details of local contacts will be shared by concerned District)
1. Balasore: 1
2. Cuttack: 2
3. Khurda: 4
4. Sundargarh: 1
5. State Pool: 1— I & PR Department, Odisha (@IPR_Odisha) April 24, 2022