ଭୁବନେଶ୍ବର: ରାଜ୍ୟରେ ଡିଜେଲ୍ ଦର କମିବା ପରେ ପରିବହନ ବିଭାଗ ଗୁରୁବାର ଦିନ ବସ୍ ଭଡ଼ା କମାଯାଇଛି। ବସଭଡ଼ା ହ୍ରାସ ନେଇ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। କିଲୋମିଟର ପିଛା ସାଧାରଣ ବସ୍ ଭଡ଼ା ୩ ପଇସା ହ୍ରାସ ପାଇଛି। ସେହିପରି କିଲୋମିଟର ପିଛା ଏସି ବସ୍ ଭଡ଼ା ୬ପଇସା କମାଯାଇଛି। ଅର୍ଡିନାରୀ ବସ ଭଡ଼ା ୯୨ରୁ ୮୯ ପଇସାକୁ ହ୍ରାସ ପାଇଛି। ଏକ୍ସପ୍ରେସ ବସରେ ୯୬ରୁ ୯୩ ପଇସା, ଡିଲକ୍ସ ବସରେ ଟ ୧.୩୫ରୁ ୧.୨୯କୁ ହ୍ରାସ ପାଇଛି। ସେହିପରି ଏସି ଡିଲକ୍ସ ଭଡା ଟ୧.୩୬ରୁ ୧.୫୭ ପଇସାକୁ ହ୍ରାସ ପାଇଛି। ସୁପର ପ୍ରିମିୟମ ଭଡ଼ା ୨ଟଙ୍କା ୫୩ରୁ ୨ ଟଙ୍କା ୪୪ ପଇସା ହ୍ରାସ ପାଇଛି। ସଂଶୋଧିତ ବସ୍ ଭଡ଼ା ୨୬ତାରିଖରୁ ଲାଗୁ କରିବାକୁ କୁହାଯାଇଛି।
Back to top button