ଭୁବନେଶ୍ବର: ସୁପ୍ରିମ କୋର୍ଟଙ୍କ ରହିତା ଦେଶ ସତ୍ତ୍ୱେ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ଏସଏସବିର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତିକୁ ନେଇ ୟୁଜିସି କ୍ଷୋଭ ପ୍ରକାଶ କରିଛି । ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ – ୨୦୨୦ ଉପରେ ସୁପ୍ରିମକୋର୍ଟ ୩ ମାସ ପାଇଁ ରହିତାଦେଶ ଜାରି କରିଥିଲେ । ଏହା ସତ୍ତ୍ୱେ ବିଜ୍ଞପ୍ତି ପ୍ରକାଶ ପାଇଥିବାରୁ ୟୁଜିସି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ଲୋକସେବା ଆୟୋଗକୁ ଚିଠି ଲେଖିଛନ୍ତି। ଗତ ୨୦ ତାରିଖରେ ସୁପ୍ରିମକୋର୍ଟ ଏହି ରହିତାଦେଶ ଲଗାଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସି ଉଲ୍ଲଂଘନ କରୁଥିବା ନେଇ ୟୁଜିସି ପତ୍ରରେ ଉଲ୍ଲେଖ କରିଛି। ମଇ ୨୩ ତାରିଖରେ ଓପିଏସସି ସମାଜବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମଇ ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଟ୍ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ନେଇ ଏସଏଲପି ବିଚାରଧୀନ ରହିଛି । ରାଜ୍ୟ ସରକାର ଏବଂ ଓଡ଼ିଶା ଲୋକସେବା ଆୟୋଗ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ଏହି ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରୁହନ୍ତୁ । ନଚେତ୍ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି କହିଛି ।
Back to top button