ଓଡ଼ିଶା
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ କରୋନା ପଜିଟିଭ ଚିହ୍ନଟ, ଜଣେ ବି ନାହାନ୍ତି ୧୮ ବର୍ଷରୁ କମ୍ ବର୍ଗର
ଭୁବନେଶ୍ବର: ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୪ ଟି ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 29th May
New Positive Cases: 6
Of which 0-18 years: 0
In quarantine: 4
Local contacts: 2(Details of local contacts will be shared by concerned District)
1. Cuttack: 1
2. Khurda: 2
3. Sambalpur: 1
4. Sundargarh: 1
5. State Pool: 1— I & PR Department, Odisha (@IPR_Odisha) May 30, 2022