ସ୍ୱାସ୍ଥ୍ୟ
୨୪ ଘଣ୍ଟାରେ ଦେଶରେ ୫,୨୩୩ ଜଣ କୋଭିଡ୍-୧୯ ଆକ୍ରାନ୍ତ; ୭ଜଣ ମୃତ

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୫,୦୦୦ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୨୩୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୨୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୯୦,୨୮୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୧୫ରେ ପହଞ୍ଚିଛି।





