ଓଡ଼ିଶା
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦ କରୋନା ପଜିଟିଭ ଚିହ୍ନଟ, ଜଣେ ବି ନାହାନ୍ତି ୧୮ ବର୍ଷରୁ କମ୍ ବର୍ଗର
ଭୁବନେଶ୍ବର: ଗତକାଲି ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 9th June
New Positive Cases: 20
Of which 0-18 years: 0
In quarantine: 12
Local contacts: 8(Details of local contacts will be shared by concerned District)
1. Balasore: 2
2. Kalahandi: 1
3. Keonjhar: 1
4. Khurda: 11
5. Sundargarh: 2
6. State Pool: 3— I & PR Department, Odisha (@IPR_Odisha) June 10, 2022