ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ଆସନ୍ତା ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ । ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ସେ ଓଡିଶା ଆସି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ରହଣିର କାର୍ଯ୍ୟକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିବେ । ୧୧ ତାରିଖରେ ଦିଲ୍ଲୀ ଫେରିଯିବେ ମହାମହିମ । ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
Related Articles
Check Also
Close