
କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ମାଳିପଦର ଜଙ୍ଗଲରେ ମୁହାଁମୁହିଁ ହୋଇଛନ୍ତି ନକ୍ସଲ ଓ ଏସ୍ଓଜି । ଏହି ଏନ୍କାଉଣ୍ଟରରେ ୨ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ମାଳିପଦର ଜଙ୍ଗଲରେ କୁମ୍ବିଂ ଅପରେସନ କରୁଥିଲା ଏସ୍ଓଜି ଯବାନ । ଏହି ସମୟରେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କୁ ଦେଖି ଗୁଳିଚାଳନା ଆରମ୍ଭ କରିଥିଲେ । ତେବେ ଏହି ଏନ୍କାଉଣ୍ଟରରେ ଦୁଇ ଜଣ ନକ୍ସଲ ନିହତ ହୋଇଥିବା ଜଣାପଡିଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।