Featuredଓଡ଼ିଶା

ପୁରୀରେ ନିର୍ମାଣ ହେବ କୁଲତା ସମାଜ ଧର୍ମଶାଳା

ଭୁବନେଶ୍ବର: କୁଲତା ସମାଜର ଲୋକଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

Related Articles

Back to top button