ଓଡ଼ିଶା

ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ମେଣ୍ଡୋସ’

ଆଜି ମଧ୍ୟରାତି ସୁଦ୍ଧା ଉତର ତାମିଲନାଡୁ, ପୁଡୁଚେରୀ ଓ ସଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ଭୟଙ୍କର ସାମୁଦ୍ରିକ ଝଡ଼ ‘ମେଣ୍ଡୋସ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ସାମୁଦ୍ରିକ ଝଡ଼ ‘ମେଣ୍ଡୋସ’ ଭୀଷଣ ବାତ୍ୟାର ରୂପ ନେଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ବେଗରେ ଗତି କରିବା ସହ କରାଇକାଲର ପୂର୍ବ-ଦକ୍ଷିଣ ପୂର୍ବ ଦିଗଠାରୁ ୨୪୦ କିଲୋମିଟର ଦୂରରେ ରହିଛି । ଏହାର ପ୍ରଭାବରେ ଘଂଟାପ୍ରତି ୬୫ରୁ ୭୫ କିଲୋମିଟର ବେଗରେ ପବନ ବୋହିବା ସହ ମହାବଳୀପୁରମର ଆଖପାଖ ଅଂଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ତେବେ ଓଡ଼ିଶା ଉପରେ ଏହାର ସିଧାସଳଖ କୌଣସି ପ୍ରଭାବ ପଡ଼ିବ ନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com