ଅନ୍ୟାନ୍ୟ
୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
![Yellow Alert](https://i0.wp.com/odia.mobilenews24x7.com/wp-content/uploads/2023/03/Yellow-Alert-e1678598057853.webp?resize=780%2C470&ssl=1)
ଭୁବନେଶ୍ୱର, ୧୨/୦୩/୨୦୨୩ – ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧୫ ତାରିଖରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇଛି ।
ରବିବାର ପଶ୍ଚିମା ଝଡ଼ର ପ୍ରଭାବ ରାଜ୍ୟର ୮ ଜିଲ୍ଲାରେ ପଡ଼ିବ । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, କୋରାପୁଟ ଏବଂ ନବରଙ୍ଗପୁରରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।