ଓଡ଼ିଶା
ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି

ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବାଂଲାଦେଶ ଠାରୁ ଗାଙ୍ଗେୟ ଉପତ୍ୟକା ଦେଇ ଉତ୍ତର ଓଡିଶା ପର୍ଯ୍ୟନ୍ତ ବାୟୁମଣ୍ଡଳର ୦.୯ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।