ମନୋରଞ୍ଜନ
ବଲିଉଡର ବର୍ଷିଆନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁତର
![](https://i0.wp.com/odia.mobilenews24x7.com/wp-content/uploads/2024/02/download-2-4.jpg?resize=277%2C182&ssl=1)
ବଲିଉଡର ବର୍ଷିଆନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁତର। ଶନିବାର ସକାଳେ ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥତା ଅନୁଭବ କରିଥିଲେ ଏବଂ ପରେ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା ।
ମିଳିଥିବା ସୂଚନା ମୁତାବକ, ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ନିକଟରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ସମ୍ମାନଜନକ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।