ରାଜନୀତି

ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଛି ଜାମିନ୍

ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଛି ଜାମିନ୍। କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମାନହାନିକର ମନ୍ତବ୍ୟ ଦେଇଥିବାରୁ ମାମଲା ରୁଜୁ ହୋଇଥିଲା।

ଏହି ଆଧାରରେ ଉତ୍ତରପ୍ରଦେଶ ସୁଲତାନପୁର ଡିଷ୍ଟ୍ରିକ୍ଟ ସିଭିଲ କୋର୍ଟରେ ହାଜର ହୋଇଥିଲେ ରାହୁଲ ଗାନ୍ଧୀ। କୋର୍ଟ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଗତ ୨୦୧୮ ଅଗଷ୍ଟ ୪ ତାରିଖରେ ରାହୁଲଙ୍କ ବିରୋଧରେ ଜଣେ ବିଜେପି ନେତା ମାନହାନି ମାମଲା ଦାୟର କରିଥିଲେ।

Related Articles

Back to top button