ଓଡ଼ିଶା
ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି

ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି।
ମଙ୍ଗଳବାର ଓ ବୁଧବାର ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।