ଓଡ଼ିଶା
ଆଗାମୀ ୩ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୮ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି
![](https://i0.wp.com/odia.mobilenews24x7.com/wp-content/uploads/2024/03/Heatwave-696x464-1.jpg?resize=696%2C464&ssl=1)
ଆଗାମୀ ୩ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୮ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାସହ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଯାଏଁ ରେକର୍ଡ ହେବାର ସମ୍ଭାବନା ରହିଛି।
ଦିନ ଭଳି ଆଗକୁ ରାତିର ତାପମାତ୍ରାରେ ମଧ୍ୟ ବୃଦ୍ଧି ଘଟିବ। ଆସନ୍ତା ୩ଦିନ ମଧ୍ୟରେ ରାଜ୍ୟରେ ରାତିର ତାପମାତ୍ରାରେ ୩-୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି।