![](https://i0.wp.com/odia.mobilenews24x7.com/wp-content/uploads/2024/04/images-38.jpeg?resize=225%2C224&ssl=1)
ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଶିଶୁଙ୍କୁ ବ୍ୟବହାର କରୁଛନ୍ତି ।
ନିର୍ଘାତ ଖରାରେ ତାଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଇ ବୁଲାଉଛନ୍ତି । ବାରମ୍ବାର ସେ ଏଭଳି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି । ତେଣୁ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେଡି ଦାବି କରିଛି।