ଓଡ଼ିଶା

ସୁଭଦ୍ରା ଯୋଜନାରେ ସରକାରଙ୍କ SOP ଜାରି: ବର୍ଷକୁ ୨ଟି କିସ୍ତିରେ ମିଳିବ ଟଙ୍କା,

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର l ଏନେଇ ଗତକାଲି ଅର୍ଥାତ ଶୁକ୍ରବାର ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଏସଓପି ସରକାର ଜାରି କରିଛନ୍ତି । 4ର୍ଥ ଦିନ ବିଧାନସଭା ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଏବଂ ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ସେହିପରି ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଖାତାକୁ ଯିବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଅଗଷ୍ଟ ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ‘ସୁଭଦ୍ରା’ ଯୋଜନାକୁ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବ । ୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି ।

ଏହି ଯୋଜନାରେ ରାଜ୍ୟର ୧କୋଟିରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି । ଅନ୍ୟପଟେ ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳମାନଙ୍କୁ ଏହି ଯୋଜନାରୁ ବାଦ୍ ଦିଆଯିବ ।

ସେହିପରି କୌଣସି ଯୋଜନାରେ ଯଦି କେହି ମହିଳା ମାସିକ ୧୫୦୦ଟଙ୍କା ଅବା ତଦୁର୍ଦ୍ଧ୍ୱ ସହାୟତା ଅବା ବାର୍ଷିକ ୧୮ହଜାର ଟଙ୍କାରୁ ଅଧିକ ସହାୟତା ରାଶି ପାଉଥିବେ ତେବେ ସେ ସୁଭଦ୍ରା ଯୋଜନା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ପ୍ରତ୍ୟେକ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଓ ଆନ୍ତର୍ଜାତିକ ମହିଳା ଦିବସରେ ୫ହଜାର ଟଙ୍କା ଲେଖାଏଁ ବାର୍ଷିକ ୧୦ହଜାର ଟଙ୍କା ପ୍ରଦାନ କରାଯିବ ।

ତେଣୁ ୫ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ଆଧାର ପେମେଂଟ ବ୍ରିଜ୍ ସିଷ୍ଟମ(ଏପିବିଏସ) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କ ଡିବିଟି ବ୍ୟାଙ୍କ ଆକାଉଣ୍ଟାକୁ ସିଧାସଳଖ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହାସହିତ ହିତାଧିକାରୀମାନଙ୍କୁ ‘ସୁଭ୍ରଦା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com