Uncategorizedଓଡ଼ିଶାରାଜନୀତି

ଜନ୍ମଦିନ ଅବସରରେ ଖିରି ଖାଇଲେ, ବାଣ୍ଟିଲେ ପିଏମ ଆବାସ; ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର: ଗାଡ଼କଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଗାଁକୁ ଯାଇଥିଲେ ପ୍ରଧାନମନ୍ତ୍ରୀ। ପରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଲେ । ପରେ ପରେ ଗାଡ଼କଣରେ ଖିରୀ ଖାଇଲେ ମୋଦି । ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘର ଚାବି ବଣ୍ଟନ କରିଛନ୍ତି ମୋଦି ।

ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ ଘରେ ଖିରି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପ ଓ ଯୋଜନାର ଶୁଭାରମ୍ଭ କରିବେ । ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି।

ପରେ ପରେ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ସେହିପରି ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

ଏହି ଅବସରରେ ସେଠି ସେ ଖିରି ଖାଇବା ସହିିତ ତାଙ୍କ ଜନ୍ମଦିନ ଅବସରରେ ପ୍ରଭୁ ଜଗନ୍ନାଥଙ୍କ ଫଟୋ ମଧ୍ୟ ଉପହାରରେ ପାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ । ଏହା ପରେ ଜନତା ମଇଦାନ ଅଭିମୁଖ୍ୟ ଯାତ୍ରା କରିଥିଲେ ମୋଦି ।

ସେଠାରେ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହିତ ଅନେକ ଲୋକକଲ୍ୟାଣ ଯୋଜନା ରେଳ, ରାସ୍ତା ସମେତ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବେ । ଜନତା ମଇଦାନର ୭ ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିଛି। ସେଥିପାଇଁ ଅସ୍ଥାୟୀ ରାସ୍ତା ମଧ୍ୟ ପ୍ରସ୍ତୁତ ହୋଇଛି।

ସାଧାରଣ ଦର୍ଶକ ପ୍ରବେଶ ପାଇଁ ଗାନ୍ଧୀପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଭିଆଇପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଜନତା ମଇଦାନର ମୁଖ୍ୟ ଗେଟ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com