ଓଡ଼ିଶାଜାତୀୟରାଜନୀତି

ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ, ମହିଳାଙ୍କ ବିକାଶ ପାଇଁ କହିଲେ: ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ

ଭୁବନେଶ୍ୱର: ମହିଳାଙ୍କ ବିକାଶ ଓ ବଢୁଥିବା ସାମର୍ଥ୍ୟ ହିଁ ଓଡିଶା ବିକାଶର ମୂଳମନ୍ତ୍ର । ପ୍ରଭୁ ଜଗନ୍ନାଥଙ୍କ ସାଙ୍ଗରେ ଭଉଣୀ ସୁଭଦ୍ରାଙ୍କ ଉପସ୍ଥିତି ମଧ୍ୟ ଆମକୁ ଏହି ବାର୍ତ୍ତା ଦେଉଛି । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବକ୍ତବ୍ୟ ଦେଇ ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା ଜଣାଇଛନ୍ତି ।

ସେ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ l ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଥିବାରୁ ସେ ବେଶ ଖୁସି ।

୩୦ ଲକ୍ଷରୁ ଅଧିକ ପରିବାରକୁ ଆଜି ପକ୍କା ଘର ଦିଆଯାଇଛି । ୨୬ ଲକ୍ଷ ଘର ଗାଁ ଓ ୪ ଲକ୍ଷ ଘର ସହରରେ ଏହା ଦିଆଯାଇଛି । ଚାଷୀ, ମହିଳା, ଗରିବଙ୍କ ବିକାଶ ପାଇଁ ବଡ଼ ବଡ଼ ନିଷ୍ପତ୍ତି ନେଇଛି ବିଜେପି ସରକାର । ଗରିବଙ୍କୁ ପକ୍କା ଘର, ଯୁବକଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି । ଓଡ଼ିଶା ସହ ଅନ୍ୟ ରାଜ୍ୟରେ ୭୫ ହଜାର ମେଡିକାଲ ସିଟ୍‌ ଯୋଡ଼ାଯିବ ବୋଲି ଘୋଷଣା ହୋଇଛି । ଜନଜାତୀୟ ବଜେଟରେ ୨ ଗୁଣା ବୃଦ୍ଧି କରାଯାଇଛି ।

ବିଗତ ଶହେ ଦିନରେ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦି ସୃଷ୍ଟି କରିଛି ଆମ ସରକାର । ଚାଷୀମାନଙ୍କ ପାଇଁ ବି ବିଗତ ଶହେ ଦିନରେ ବଡ଼ ନିଷ୍ପତ୍ତି ନିଆ ହୋଇଛି । ଚାଷୀଙ୍କ ଆୟ ବୃଦ୍ଧି ପାଇଁ ରପ୍ତାନୀ ଶୁଳ୍କ ହ୍ରାସ କରିବା ସହିତ ବିଭିନ୍ନ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ାଯାଇଛି ।

ତେବେ ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି l ସୁଭଦ୍ରା ଶୁଭାରମ୍ଭ ଅବସରରେ ଓଡ଼ିଶକୁ ଆସିଥିବା ସେ କହିଛନ୍ତି । ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ । ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ ।

ଅନ୍ୟପଟେ ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ।

ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି । ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି l

Related Articles

Back to top button
WP Twitter Auto Publish Powered By : XYZScripts.com