ଓଡ଼ିଶା

ଦୁର୍ନୀତିକୁ ସାଲିସ୍‌‌ କରାଯିବ ନାହିଁ, ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ: ମୋହନ ମାଝୀ

ଭୁବନେଶ୍ୱର: ଲୋକସେବା ଭବନରେ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ହେଉଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ରଖିଛନ୍ତି । ସେ କହିଛନ୍ତି ଯେ ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ।

ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଲେ ଜିଲ୍ଲାପାଳ। ରାଜଧାନୀକୁ ଛାଡିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଥାଏ ।

ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି । ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ, ସେଥିପ୍ରତି ସବୁ ଜିଲ୍ଲାର ଜିଲ୍ଲାପାଳମାନେ ନଜର ରଖନ୍ତୁ । ତ୍ରୟୋମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଣ କରନ୍ତୁ ।

ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନୀତିକୁ ସାଲିସ୍‌‌ କରାଯିବ ନାହିଁ, ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିକୁ ଯାଞ୍ଚ କରି ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ମୋହନ ମାଝୀ ଜିଲ୍ଲାପାଳଙ୍କୁ କହିଛନ୍ତି ।

ଏଥିସହିତ ଫିଲ୍ଡ ଭିଜିଟ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ଥାନା ଏବଂ ଶିକ୍ଷାନୁଷ୍ଠାନକୁ ଯାଇ ବିଚ୍ୟୁତ ଦେଖିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି । ସେହିପରି ଗଣମାଧ୍ୟମ, ସୋସିଆଲ ମିଡ଼ିଆରେ ଆସୁଥିବା

ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ ଦେଇଛନ୍ତି । ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ରାଜ୍ୟ ସରକାର ।

Related Articles

Back to top button
WP Twitter Auto Publish Powered By : XYZScripts.com