ଓଡ଼ିଶା

କାର୍ଯ୍ୟକୁ ସରଳ ଓ ସହଜ କରିବା ପାଇଁ ପୁଲିସଙ୍କୁ ମିଳିବ ବାଇକ୍‌‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦଶହରାରେ ପୋଲିସଙ୍କ ପାଇଁ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା l କାର୍ଯ୍ୟକୁ ସରଳ ଓ ସହଜ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁଲିସଙ୍କୁ ମିଳିବ ବାଇକ୍‌‌ । ପ୍ରତି ଥାନା ପିଛା ଗୋଟିଏ କି ଦୁଇଟି ବାଇକ୍‌‌ ଥିବାରୁ କାମ ଶୀଘ୍ର ହୋଇପାରୁନି ।

ପ୍ରତି ପୁଲିସଙ୍କୁ ବାଇକ୍‌‌ ଦିଆଗଲେ ସେମାନେ ତୁରନ୍ତ ପହଞ୍ଚିବେ। ପୁଲିସଙ୍କ ନାମରେ ବାଇକ୍‌‌ ଦିଆଯିବ, ଯେଉଁ ଥାନାକୁ ଗଲେ ବି ସେମାନେ ସାଙ୍ଗରେ ନେଇ ଯାଇପାରିବେ। ଏଥବପାଇଁ ପାଖାପାଖି ୯ହଜାର ବାଇକ କିଣାଯିବ ବୋଲି କୁହାଯାଇଛି ।

ଏହାସହିତ ପ୍ରତି ଥାନାକୁ ଆଉ ଗୋଟିଏ ଲେଖାଏଁ ଚାରି ଚକିଆ ଯାନ ଦିଆଯିବ ବୋଲି ଲୋକସେବା ଭବନରେ ଆୟୋଜିତ ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଖାଲି ପଡ଼ିଥିବା ପୁଲିସ ପଦବୀ ଖୁବଶୀଘ୍ର ପୂରଣ ହେବ ।

ବିଗତ ସରକାରରେ Home Guard ନିଯୁକ୍ତିକୁ ବନ୍ଦ କରାଯାଇଥିଲା । ବର୍ତ୍ତମାନର ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି । ୨୨୯୮ ହୋମଗାର୍ଡଙ୍କୁ ପୁନଃ ନିଯୁକ୍ତି ଦିଆଯିବ ବୋଲି କହିଛନ୍ତି ମୋହନ ମାଝୀ । କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ ହେଲେ କ୍ଷତିପୂରଣ ପ୍ରଦାନ ଓ ମୃତ୍ୟୁ ପରେ ପରିବାରର ଜଣଙ୍କୁ ଚାକିରି ଦେବାକୁ ମଧ୍ୟ ଯୋଜନା ଚାଲିଥିବା କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com