Uncategorized

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବ୍ୟକ୍ତିଗତ ସଚ୍ଚିବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଜଣେ ପ୍ରାଇଭେଟ ସେକ୍ରେଟାରୀ । ବରିଷ୍ଠ ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି ।

ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ରମେଶଙ୍କ ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ ଅଫିସ୍ ଚାମ୍ବରର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

ଚଢ଼ାଉରେ ୮ ଜଣ ଡିଏସିପି, ୩ଜଣ ଇନ୍ସପେକ୍ଟର,୧୦ ଜଣ ଏଏସ୍‌ଆଇ ସମେତ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି । ରମେଶ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com