ଜାତୀୟରାଜନୀତି

ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ଘୋଷଣା ହେବ ତାରିଖ; ନିର୍ବାଚନ କମିଶନ

ନୂଆଦିଲ୍ଲୀ: ଆଜି ଅପରାହ୍ନ ୩ଟା ୩୦ରେ ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ । ନୂଆଦିଲ୍ଲୀ ବିଜ୍ଞାନ ଭବନରେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରାଯିବ । ମିଳିଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରରେ ଗୋଟିଏ କିମ୍ବା ଦୁଇଟି ପର୍ଯ୍ୟାୟରେ ମତଦାନ ହୋଇପାରେ ।

ସେହିପରି ଝାଡଖଣ୍ଡରେ ଗୋଟିଏରୁ ତିନୋଟି ପର୍ଯ୍ୟାୟରେ ମତଦାନ ହେବାର ସମ୍ଭାବନା ରହିଛି । ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିସାରିଥିବା ବେଳେ ଆଜି ତାରିଖ ଘୋଷଣା ସହିତ ସମୂର୍ଣ୍ଣ ବିବରଣୀ ସାମ୍ନାକୁ ଆସିବ l ଏହି ଦୁଇ ରାଜ୍ୟରେ ଆସନ୍ତା ନଭେମ୍ବରର ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହା ସହିତ ଆଜି ଉତ୍ତରପ୍ରଦେଶର ୧୦ଟି ଓ ଉତ୍ତରାଖଣ୍ଡର ଗୋଟିଏ ଆସନରେ ଉପ-ନିର୍ବାଚନର ତାରିଖ ମଧ୍ୟ ଘୋଷଣା କରାଯାଇପାରେ ।

ଏଥିସହ କେରଳର ଓ୍ୱାଇନାଡ଼ ସମେତ ୩ଟି ଲୋକସଭା ଆସନରେ ମଧ୍ୟ ଉପ-ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ଇସିଆଇ । ମହାରାଷ୍ଟ୍ରରେ ୨୮୮ଟି ବିଧାନସଭା ଆସନ ଥିବାବେଳେ ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି। ସୂଚନାନୁସାରେ, ମହାରାଷ୍ଟ୍ରରେ ନଭେମ୍ବର ୨୬ ଓ ଝାଡ଼ଖଣ୍ଡରେ ଜାନୁଆରୀ ୫ରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ। ପ୍ରତ୍ୟେକ ଥର ନିର୍ବାଚନ ଆୟୋଗ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାର ୪୫ ଦିନ ପୂର୍ବରୁ ନିର୍ବାଚନ ଆଚରଣ ବିଧି ଲାଗୁ କରନ୍ତି । ତଥାପି, ଯଦି ଆମେ ମହାରାଷ୍ଟ୍ର ସରକାରଙ୍କ କାର୍ଯ୍ୟକାଳକୁ ଦେଖିବା, ତେବେ ବର୍ତ୍ତମାନ କେବଳ ୪୦ ଦିନ ବାକି ଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com