ଓଡ଼ିଶା

ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ: ମୁକେଶ ମହାଲିଙ୍ଗି

ଭୁବନେଶ୍ବର: ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗିଙ୍କ ହେଲଥ କାର୍ଡ଼ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା l ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ । ଯେଉଁଥିରେ ୩କୋଟିରୁ ଅଧିକ ହିତାଧିକାରୀ ସାମିଲ ହେବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ମନ୍ତ୍ରୀ କହିଛନ୍ତି, ମୋହନ ସରକାର ଆମ ରାଜ୍ୟରେ ଲାଗୁ ପାଇଁ ଘୋଷଣା କରି ସାରିଛନ୍ତି ।

ରାଜ୍ୟରେ କେନ୍ଦ୍ରର ଆୟୁଷ୍ମାନ ଭାରତ ଓ ମୋହନ ସରକାରଙ୍କର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ମିଳିବ । ଉଭୟ ଯୋଜନା ପାଇଁ ଗୋଟିଏ କାର୍ଡ ଜାରି ହେବ ବୋଲି କହିଛନ୍ତି ମନ୍ତ୍ରୀ । ତେବେ ଏହି କାର୍ଡରେ ପାଖାପାଖି ସାଢ଼େ ୩ କୋଟି ଲୋକ ଉପକୃତ ହେବେ । ଆୟୁଷ୍ମାନ ଭାରତ ଭଳି ଆମ ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ବ ଏହି ସୁବିଧା ପାଇବେ । ତେବେ ବର୍ତ୍ତମାନ ରାସନ କାର୍ଡ ପାଇଁ ଇ-କେୱାଇସି ଚାଲିଛି l ଏହା ସଂପୂର୍ଣ୍ଣ ହେବା ପରେ ହିତାଧିକାରିଙ୍କ ସଂଖ୍ୟା ଜଣାପଡ଼ିବ ।

ତେବେ ବିଏସକେଓ୍ବାଇ ଯୋଜନାରେ ୯୫୭ ହସ୍ପିଟାଲ୍‌ରେ ସୁବିଧା ମିଳୁଥିଲା ବେଳେ ଏଣିକି ୨୭ ହଜାରରୁ ଊର୍ଦ୍ଧ୍ବ ଅନୁବନ୍ଧିତ ହସ୍ପିଟାଲ୍‌ରେ ଆୟୁଷ୍ମାନ ଭାରତ ସୁବିଧା ମିଳିବ ବୋଲି ମନ୍ତ୍ରୀ କହିଛନ୍ତି । ଅନ୍ୟପଟେ ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ କରାଯାଇଛି ।

Aସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ କରାଯାଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com