ଓଡ଼ିଶା

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ SRCଙ୍କ ଜରୁରୀ ବୈଠକ; ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଦାନାକୁ ନେଇ ସମସ୍ତେ ଭୟଭୀତ । ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ପରିଣତ ହେବ ଓ ପରବର୍ତ୍ତି ସମୟରେ ଏହା ବାତ୍ୟାର ରୂପ ନେଇପାରେ । ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି ବୋଲି କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଂଜନ ସିଂ । ଏନେଇ ଏସଆରସି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଓଡ଼ିଶା ଉପକୂଳରେ ବାତ୍ୟାର ସମ୍ଭାବନା ରହିଛି ।

ତେଣୁ ମତ୍ସ୍ୟଜୀବୀମାନେ ସ୍ଥଳଭାଗକୁ ଶୀଘ୍ର ଫେରି ଆସନ୍ତୁ ବୋଲି ସେ କହିଛନ୍ତି । ଏହା ସହିତ ଆସନ୍ତା ୨୬ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବାକୁ ବାରଣ କରିଛନ୍ତି । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି । ଆସନ୍ତାକାଲି ଜିଲ୍ଲାପାଳମାନେ ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ତଦାରଖ କରିବା ସହ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ନିଆଯାଇଛି । ଦୁଇ ସପ୍ତାହ ସମୟ ଥିବା ଗର୍ଭବତୀ ମହିଳାମାନଙ୍କୁ ସତର୍କ ରହିବା ସହ ହସ୍‌ପିଟାଲ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ । ଅନ୍ୟପକ୍ଷେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବଢି଼ବା ଆଶଙ୍କା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । ସମ୍ଭାବ୍ୟ ବାତ୍ୟାକୁ ସରକାରୀ ସ୍ତରରେ ତତ୍ପରତା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତିଆରମ୍ଭ ହୋଇଛି । ବିଶେଷ କରି ଉପକୂଳ ଜିଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାକୁ ଆଲର୍ଟ ମୋଡ଼ରେ ରଖାଯାଇଛି । ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି l

Related Articles

Back to top button
WP Twitter Auto Publish Powered By : XYZScripts.com