ଓଡ଼ିଶା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ବସିବ ବୈଠକ

ଭୁବନେଶ୍ଵର: ସମ୍ଭାବ୍ୟ ବାତ୍ୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନ ୪ଟାରେ ବାତ୍ୟା ସ୍ଥିତିର ସମୀକ୍ଷା କରିବେ । ଲୋକସେବା ଭବନରେ ବସିବ ବୈଠକ । ଏହି ବୈଠକରେ ରାଜସ୍ଵ ମନ୍ତ୍ରୀ, ଏସଆରସି, ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ । ସେପଟେ ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ବୋଲି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଓଟିଭିକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା ଦେଇଛନ୍ତି । ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି ।

ସେହିପରି ସେ ଆହୁରି କହିଛନ୍ତି ‘ମୁଖ୍ୟ ସଚିବ, ଏସ୍‌ଆର୍‌ସି ସମୀକ୍ଷା କରିଛନ୍ତି । ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ, ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ। ୩୦ ଜିଲ୍ଲାରେ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିବେ, ଏନ୍‌ଡିଆର୍‌ଏଫ୍‌କୁ ମଧ୍ୟ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି। ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ’ । ସେହିପରି ଲୋକଙ୍କୁ ସ୍ଥାନାନ୍ତରକୁ ନେଇ କହିଛନ୍ତି ଯେ, ‘ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି’ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com