ଓଡ଼ିଶା

ଆସୁଛି ବାତ୍ୟା ‘ଦାନ’; ୭ ଟି ଜିଲ୍ଲାରେ କରିବ ତାଣ୍ଡବ, ଘଣ୍ଟା ପ୍ରତି ପବନ ବେଗ….

ଭୁବନେଶ୍ବର: ଆସୁଛି ବାତ୍ୟା ଦାନା । ଆଜି ଠାରୁ ବଢିବ ବର୍ଷାର ପରିମାଣ । ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଅବପାତ ବର୍ତ୍ତମାନ ଆଜି ଭୋରରୁ ବାତ୍ୟାରେ ପରିଣତ ହୋଇଛି । ବାତ୍ୟା ପ୍ରଭାବରେ ଆସନ୍ତାକାଲି ୭ ଜିଲ୍ଲାରେ ପ୍ରବଳ ବର୍ଷିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ବର୍ତ୍ତମାନ ପାରାଦ୍ବୀପଠାରୁ 560 କିଲୋମିଟର ଦୂରରେ ରହିଛି ।

ସେହିପରି ସାଗରଦ୍ବୀପ ଠାରୁ ଏହା 630 କିଲୋମିଟର ଦୂରରେ ରହିଛି। ଏହା ଘଣ୍ଟା ପ୍ରତି 18 କିଲୋମିଟର ବେଗର ଗତିକରୁଛି ବୋଲି ଜଣାପଡିଛି । ତେବେ ଏହାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ତାହା ହେଲା ଯେ ପ୍ରଭାବତି ଜିଲ୍ଲାଗୁଡିକର ଦାୟିତ୍ବ ମନ୍ତ୍ରୀ ଓ ସଚିବଙ୍କୁ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି । ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି । ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଓ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି ।

ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି । ସେହି ଜିଲ୍ଲାରେ ଓଡ୍ରାଫ, ଏନଡିଆରଏଫ ଏବଂ ଅଗ୍ନିଶମ ବିଭାଗ ସଜାଗ ରହିଛି । ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି । ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ।

Related Articles

Back to top button
WP Twitter Auto Publish Powered By : XYZScripts.com