ଓଡ଼ିଶା

ଶିମିଳିପାଳ: ବାଘର ବଂଶ ବିସ୍ତାର ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର: ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି । ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି । ଏକ ସ୍ବତନ୍ତ୍ର ଟିମ୍ ଦ୍ବାରା ବାଘକୁ ଅଣାଯାଇଥିବା ବେଳେ ଏହାକୁ ଶିମିଳିପାଳ କୋର୍ ଏରିଆରେ ଛଡ଼ାଯିବ ।

୨୦୨୪ ମସିହାରେ କରାଯାଇଥିବା ରାଜ୍ୟ ସ୍ତରୀୟ ବାଘ ଜନଗଣନା ଅନୁଯାୟୀ, ଓଡିଶାରେ ସମୁଦାୟ ୨୭ ଟି ରୟାଲ ବେଙ୍ଗଲ ବାଘ ଦେଖିବାକୁ ମିଳିଥିଲା l ସେଥିମଧ୍ୟରୁ ୨୪ ଟି ଶିମିଳିପାଳ ଟାଇଗର ରିଜର୍ଭରେ, ଗୋଟିଏ କେନ୍ଦୁଝର ୱାଇଲ୍ଡ ଲାଇଫ ଡିଭିଜନରେ, ଗୋଟିଏ ପାରଳାଖେମୁଣ୍ଡି ଏବଂ ଗୋଟିଏ ହୀରାକୁଦ ୱାଇଲ୍ଡ ଲାଇଫ ଡିଭିଜନରେ ଦେଖିବାକୁ ମିଳିଥିଲା । ଏହି ପୃଥକ ଭାବରେ, ଗଣନା ସମୟରେ ଶିମିଳିପାଳରେ ୮ ଟି ବେଙ୍ଗଲ ଟାଇଗର ଛୁଆ ଦେଖାଯାଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com