ହିତାଧିକାରୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ; ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ
ଭୁବନେଶ୍ୱର: ରାଜ୍ୟର ସ୍ବାସ୍ଥ୍ୟ କାର୍ଡ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆଜିଠାରୁ ରାଜ୍ୟରେ ଲାଗୁହେଲା ଆୟୁଷ୍ମାନ ଭାରତ ଯୋଜନା l ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ । ଯଦି ହିତାଧିକାରୀ ଉପରୋକ୍ତ ସ୍କିମ ପାଇଁ ଯୋଗ୍ୟ ଅଟନ୍ତି ତେବେ ଏହି ଆୟୁଷ୍ମାନ କାର୍ଡ ତିଆରି କରିପାରିବେ ।
ଏଥିପାଇଁ ହିତାଧିକାରୀଙ୍କୁ ନିକଟସ୍ଥ ଜନସେବା କେନ୍ଦ୍ରକୁ ଯିବାକୁ ପଡିବ । ଏଥିପାଇଁ ଡକ୍ୟୁମେଣ୍ଟ ଭାବରେ ଆବାସିକ ପ୍ରମାଣପତ୍ର, ଆଧାର କାର୍ଡ ଏବଂ ରାଶନ କାର୍ଡ ଆବଶ୍ୟକ ହେବ । ହିତାଧିକାରୀଙ୍କୁ ଏକ ମୋବାଇଲ ନମ୍ବର ମଧ୍ୟ ଆବଶ୍ୟକ ହେବ l ଯାହା ସହିତ ହିତାଧିକାରୀଙ୍କର କାର୍ଡ ଲିଙ୍କ ହୋଇ ପାରିବ । ଅନ୍ୟପଟେ ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତ ଲୋକ ଏହାର ସୁବିଧା ନେଇପାଇବେ । ତେବେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ।
ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ।ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି l ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ-ଅପ କଭର ପାଇଁ ଯୋଗ୍ୟ ହେବେ ।