ପ୍ରଧାନମନ୍ତ୍ରୀଙ୍କ ଦୀପାବଳିରେ ଯୁବକ ଯୁବତୀଙ୍କୁ ଖୁସିର ଉପହାର; ନିଯୁକ୍ତି ପତ୍ର ପ୍ରଦାନ କଲେ
ନୂଆଦିଲ୍ଲୀ: ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଭିଡିଓ କନଫରେନ୍ସିଂ ଜରିଆରେ ୫୧ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ । ରୋଜଗାର ମେଳା ମାଧ୍ୟମରେ ନିଯୁକ୍ତି ପତ୍ର ବଣ୍ଟାଯାଇଛି । ଦେଶର ପ୍ରାୟ ୪୦ଟି ସ୍ଥାନରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି ।
ଅନ୍ୟପଟେ ଭୁବନେଶ୍ଵରରେ ଅନୁଷ୍ଠିତ ହୋଇଥିବା ନିଯୁକ୍ତି ମେଳାରେ କେନ୍ଦ୍ର ଆଦିବାସୀ ବ୍ୟପାର ମନ୍ତ୍ରୀ ଜୁଏଲ ଓରାମ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଚୟନ ପ୍ରାର୍ଥୀ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣର ସୁଯୋଗ ପାଇବେ । ତେବେ ଦେଶରେ ନିଯୁକ୍ତି ସୃଷ୍ଟିକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ଏଭଳି ଏକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ।
ସୂଚନା ଅନୁଯାୟୀ, ତେବେ ଏହି ରୋଜଗାର ମେଳାରେ ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ଏଭଳି କାର୍ଯ୍ୟକ୍ରମ ଆରମ୍ଭ କରିଥିବା ବେଳେ ଏଥିରେ ଚୟନ କରାଯାଉଥିବା ଯୁବକ ଯୁବତୀଙ୍କୁ ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା, ସୌରାଷ୍ଟ୍ର ମନ୍ତ୍ରଣାଳୟ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଭଳି ମନ୍ତ୍ରଣାଳୟରେ ସାମିଲ କରାଯିବ ।