ଓଡ଼ିଶା

କିଛି ଜିଲ୍ଲାରେ ବର୍ଷା ହୋଇପାରେ,୧୫ରୁ ବଢିବ ଶୀତ: ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ବର: ଆସନ୍ତା ୧୫ରୁ ରାଜ୍ୟରେ ଶୀତ ପଡ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହି ଦିନ ରାତିର ସର୍ବନିମ୍ନ ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ । ଗତକାଲି ରାତିରେ ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୨.୨ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୧୪.୫ ଡିଗ୍ରୀ ରେକର୍ଡ଼ କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଏବଂ ଆସନ୍ତାକାଲି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହୋଇପାରେ । ପରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଅନ୍ୟପଟେ, ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଖସିବ ପାରଦ ବୃଦ୍ଧି ପାଇବ ଶୀତ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ । ଏହା ପ୍ରଭାବରେ ଅଧିକ ଶୀତ ଅନୁଭୂତ ହେବ । ତେବେ ସୋମବାର ଫୁଲବାଣୀରେ ରାତି ତାପମାତ୍ରା ସବୁଠୁ କମ୍‌ ରହିଛି ଯାହା ୧୫.୨ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ତାପରକୁ ଅନୁଗୁଳରେ ୧୬ ଡିଗ୍ରୀ ରେକର୍ଡ କରାଯାଇଛି, ତା ତଳକୁ କୋରାପୁଟ ଓ ଭବାନୀପାଟଣାରେ ୧୬.୫, କେନ୍ଦୁଝରରେ ୧୭, ନବରଙ୍ଗପୁରରେ ୧୭, ରାୟଗଡ଼ାରେ ୧୮, ରାଉରକେଲାରେ ୧୮.୪, ବଲାଙ୍ଗୀରରେ ୧୮.୫, ଢେଙ୍କାନାଳରେ ୧୮.୯, ସୋନପୁର ଓ ନୟାଗଡ଼ରେ ୧୯.୨, ବୌଦ୍ଧରେ ୧୯.୮ ଓ ହୀରାକୁଦରେ ୧୯.୯ ଡିଗ୍ରୀ ରେକର୍ଡ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com